Odisha Link
Bridging the Missing Links in Odisha

କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୮୬୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୦୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, ମାଲକାନାଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୫୪ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୫୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୧୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୮୨୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୦୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.