Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୪ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୬୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୯୪୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୧୩୯୨୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.