Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୭୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୬୦ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୬୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୯୪୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୧୩୯୨୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.