Odisha Link
Bridging the Missing Links in Odisha

୧୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଦାନା ବାନ୍ଧିଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ।

ପାଣିପାଗ ବିଭାଗର ସୂଚନା ମୁତାବକ, ସୋମବାର ସନ୍ଧ୍ୟା ସୁଦ୍ଧା ରାଜ୍ୟରେ ବଡ଼ ଧରଣର କିମ୍ବା ଲଗାଣ ବର୍ଷା ହୋଇନାହିଁ। ମଙ୍ଗଳବାର ରାଜ୍ୟର ଅଧିକାଂଶ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି। ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ।

ବୁଧବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଉପକୂଳର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ଗୁରୁବାରଠାରୁ ଆଉ ବିଶେଷ ବର୍ଷା ସମ୍ଭାବନା ନାହିଁ।

Leave A Reply

Your email address will not be published.