Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୯୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୭୮ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୧୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୮ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୫ଜଣ, ଦେଓଗଡ଼଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୯୩ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୭୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୫୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୦୪୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୨୦୮୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.