Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି। ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି। ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି। ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.