Odisha Link
Bridging the Missing Links in Odisha

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା

କଳାହାଣ୍ଡି: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା। କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨ (ଏଫ) ଅନୁଯାୟୀ ୟୁଜିସି ବିଶ୍ୱବିଦ୍ୟାଳର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି। ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିଜ ଟୁଇଟରେ ଲେଖିଛନ୍ତି ଯେ, ଏହି ନିଷ୍ପତ୍ତି ନିଶ୍ଚିତ ଭାବରେ ଜନଜାତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଆକାଂକ୍ଷା ପୂରଣ କରିବ। କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨-ବି ଅନୁଯାୟୀ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ।

ଏହି ଆର୍ଥିକ ଅନୁଦାନ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜବୂତ କରିବ ସହ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବାରେ ସହାୟକ ହେବ।

Leave A Reply

Your email address will not be published.