Odisha Link
Bridging the Missing Links in Odisha

ଦିନକରେ ୧୨୮ ଛୁଆ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଚିନ୍ତା ବଢ଼ାଉଛି ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା। କାରଣ ଦିନକରେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗି ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୪ ଜଣ କ୍ବାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯,୯୯,୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯,୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୮୨,୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.