Odisha Link
Bridging the Missing Links in Odisha

କରୋନାରେ ଚାଲିଗଲା ଆଉ ୬୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ଉପରତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ହେଲେ ଚିନ୍ତା ବଢ଼ାଉଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୮୯ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୪୯୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୩ ହଜାର ୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.