Odisha Link
Bridging the Missing Links in Odisha

ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତି

ପୁରୀ: ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି। ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କୁ ରାକ୍ଷୀ ପିନ୍ଧାଇଥାଆନ୍ତି ଭଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଶୋଇ ସେବାୟତଙ୍କ ଦ୍ୱାରା ଚାଲିଛି ପ୍ରଭୁଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତି।

ଗହ୍ମା ପୂର୍ଣ୍ଣିମାରେ ମହାପ୍ରଭୁ ଜଗନ୍ନାଥ ଓ ବଡ଼ଭାଇ ବଳବଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧିଥାଆନ୍ତି ସୁଭଦ୍ରା। ଏଥିପାଇଁ ଶ୍ରୀମନ୍ଦିରର ପାଟରା ବିଶୋଇ ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥାଏ ସ୍ୱତନ୍ତ୍ର ପାଟ ରାଖୀ ଓ ଗୁଆମାଳ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାସୁଙ୍ଗା ପାଟରେ ପ୍ରଭୁଙ୍କ ପାଇଁ ୪ଟି ରଙ୍ଗର ରାଖୀ ତିଆରି ହେଉଛି। ଏହାସହ ୫୪ଟି ଲେଖାଏଁ ଗୁଆରେ ୪ଟି ଗୁଆମାଳ ମଧ୍ୟ ପ୍ରସ୍ତୁତ କରିଛନ୍ତି ପାଟରା ବିଶୋଇ ସେବାୟତ।

Leave A Reply

Your email address will not be published.