ରାଜ୍ୟରେ କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୯୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୫୩୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି।