Odisha Link
Bridging the Missing Links in Odisha

ଆଜିଠୁ ଖୋଲିଲା ଭୁବନେଶ୍ୱରର ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରର ସବୁ ଧର୍ମାନୁଷ୍ଠାନ ଖୋଲିଲା। କରୋନା ଯୋଗୁଁ ପ୍ରାୟ ୩ ମାସ ଧରି ସବୁ ମନ୍ଦିର ଏବଂ ଅନ୍ୟ ଧର୍ମାନୁଷ୍ଠାନ ବନ୍ଦ ରହିଥିବା ବେଳେ ଆଜି ଖୋଲିଛି। କେବଳ ଡବଲ ଡୋଜ୍ ଟିକା ନେଇଥିବା ଭକ୍ତଙ୍କୁ ହିଁ ଧର୍ମାନୁଷ୍ଠାନକୁ ପ୍ରବେଶ କରୁଛନ୍ତି।

ତେବେ ମନ୍ଦିର ଖୋଲିଥିବା ବେଳେ କୋଭିଡ ନିୟମକୁ ମଧ୍ୟ କଡାକଡି କରାଯାଇଛି। ମନ୍ଦିରରେ ଏକାଥରେ ୨୫ ଜଣ ଭକ୍ତଙ୍କୁ ପ୍ରବେଶ କରିପାରିବେ। ବରିଷ୍ଠ ନାଗରିକ, ଛୋଟ ଶିଶୁ, ଗର୍ଭବତୀ ମହିଳାଙ୍କୁ ମନ୍ଦିରକୁ ନ ଆଶିବାକୁ ପରାମର୍ଶ ଦିଆଯାଇଛି।

ସବୁ ଧର୍ମନୁଷ୍ଠାନ ପ୍ରବେଶ ପଥରେ ସାନିଟାଇଜର ରଖିବା ପାଇଁ ନିର୍ଦ୍ଦେଶ ରହିଛି। ନିୟମ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ନିର୍ଦ୍ଦେଶ ଦେଇଛି ବିଏମ୍‌ସି। ଏଥିସହ ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ମାସ ୧ ତାରିଖରୁ ଖୋଲିବ।