Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟାରେ ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ ରହିଛନ୍ତି। କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.