Odisha Link
Bridging the Missing Links in Odisha

ରାଜ୍ୟରେ ଦିନକରେ ୮୦ ଛୁଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.