Odisha Link
Bridging the Missing Links in Odisha

ଆଜି ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର (ଆର୍‌ଏସ୍‌ଏସ୍‌) ମୁଖ୍ୟ ଡ.ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ୫ ଦିନିଆ ଗସ୍ତ ସାରି ସେ ଅଗଷ୍ଟ ୨୯ ତାରିଖରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ରବିନାରାୟଣ ପଣ୍ଡା ସୂଚନା ଦେଇଛନ୍ତି।

ଶ୍ରୀ ପଣ୍ଡା କହିଛନ୍ତି ଯେ, ଡ. ଭାଗବତ ତାଙ୍କ ପ୍ରବାସ ସମୟରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ। ଅଗଷ୍ଟ ୨୬ ତାରିଖ ଦିନ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟ କରିବେ।