Odisha Link
Bridging the Missing Links in Odisha

ରାଜ୍ୟରେ ଦିନକରେ ୧୩୧ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୮୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୩୨୧୦ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୬୯ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୩୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୨୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୭୩୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୬୬୬୭୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.