Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୬୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୮୭ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ ରହିଛନ୍ତି । ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୩୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୨୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୭୩୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୬୬୬୭୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.