Odisha Link
Bridging the Missing Links in Odisha

ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଟିକା

ନୂଆଦିଲ୍ଲୀ: କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏହାରି ମଧ୍ୟରେ ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦିଆଯିବ ଟିକା। ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ସବୁ ରାଜ୍ୟମାନଙ୍କୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଏନେଇ ଟୁଇଟ ଯୋଗେ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ସବୁ ରାଜ୍ୟକୁ ଅତିରିକ୍ତ ୨ କୋଟି ଟିକା ଯୋଗାଇ ଦିଆଯାଉଛି। ୨କୋଟି ଟିକା ଦିଆଯାଉଥିବାବେଳେ ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଉ। ସବୁ ସ୍କୁଲ ଶିକ୍ଷକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.