Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା: ୯ ଜିଲ୍ଲାକୁ ୟେଲୋ ୱାଣ୍ଣିଂ

ଭୁବନେଶ୍ୱର: ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟରେ ଲଘୁଚାପ ହେବାର ସମ୍ଭାବନା ନାହିଁ। ତେବେ ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ବଦଳିବ ପାଗ । ବିଭିନ୍ନ ଜିଲ୍ଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଂଜ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବା ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏପର୍ଯ୍ୟନ୍ତ ମୌସୁମୀର ସ୍ଥିତି ଅନୁଯାଇ ରାଜ୍ୟରେ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ପହିଲାରୁ ଆଜି ପର୍ଯ୍ୟନ୍ତ ମୋଟ ୫୮୮ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ଠାରୁ ୩୧ ପ୍ରତିଶତ କମ୍ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ହୋଇଥିବାବେଳେ କୋରାପୁଟ, ମାଲକାନଗିରି ଏବଂ ନୂଆପଡାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.