Odisha Link
Bridging the Missing Links in Odisha

୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। କିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ଅପରପକ୍ଷେ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି। ଏହି ଜିଲ୍ଲାଗୁଡ଼ିକ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ଚିଠି ଲେଖିଛନ୍ତି।

Leave A Reply

Your email address will not be published.