Odisha Link
Bridging the Missing Links in Odisha

କରୋନା ନେଲା ଆଉ ୬୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ମାମଲା କମିବାରେ ଲାଗିଛି। ଅନ୍ୟପଟେ ଚିନ୍ତା ବଢ଼ାଉଛି କରୋନା ମୃତ୍ୟୁ ସଂଖ୍ୟା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୪ ହଜାର୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮ ହଜାର ୨୭୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୮ ହଜାର ୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.