Odisha Link
Bridging the Missing Links in Odisha

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଜିଠୁ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ। ଏଥିପାଇଁ ଏସଆରସି କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜିଠୁ ଆସନ୍ତା ୩୦ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଏହି ବର୍ଷାର ପ୍ରଭାବ ରହିବ। ୩୦ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏହି ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ବିଶେଷ କରି ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼, କଟକ, ଅନୁଗୁଳ, ଦେବଗଡ଼, କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି।

Leave A Reply

Your email address will not be published.