Odisha Link
Bridging the Missing Links in Odisha

କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି। କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୭୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୫୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୧୬୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୦୧୨୩୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.