Odisha Link
Bridging the Missing Links in Odisha

ରାଜ୍ୟରେ ୧୧୦ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୭୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୨୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୨୪୭୩ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୦୬୯୬୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.