Odisha Link
Bridging the Missing Links in Odisha

କରୋନା ନେଲା ଆଉ ୫୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ, କଟକ ଓ ପୁରୀରୁ ୫ ଜଣ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.