Odisha Link
Bridging the Missing Links in Odisha

କରୋନାରେ ୮ ବର୍ଷର ନାବାଳିକା ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଶିଶୁମାନଙ୍କ ସଂକ୍ରମଣ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ କରୋନାରେ ଆଜି ଜଣେ ୮ ବର୍ଷର ନାବାଳିକାର ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ଝାରସୁଗୁଡ଼ା ଜିଲ୍ଲାର ବୋଲି ଜଣାପଡିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଟ୍ୱିଟର ତଥ୍ୟରୁ ଏହି ସୂଚନା ମିଳିଛି।

ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୨୨ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି।

ସେହିପରି ଜଗତସିଂହପୁର ଓ କେନ୍ଦୁଝରରୁ ୬ ଲେଖାଏଁ, କଟକ ଓ ପୁରୀରୁ ୫ ଜଣ ଲେଖାଏଁ, ଯାଜପୁରରୁ ୪, କେନ୍ଦ୍ରାପଡ଼ାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ସହ ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡ଼ା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.