Odisha Link
Bridging the Missing Links in Odisha

ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର: କରୋନା କଟକଣା ମଧ୍ୟରେ ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର। ରାଜ୍ୟର ପ୍ରାୟତଃ ସମସ୍ତ ଧର୍ମାନୁଷ୍ଠାନ ଖୋଲି ଥିବା ବେଳେ ଆଜିଠୁ ଲିଙ୍ଗରାଜ ମନ୍ଦିର ଖୋଲିଛି।

ଟ୍ରଷ୍ଟ ବୋ଼ର୍ଡ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ମନ୍ଦିର ଗର୍ଭଗୃହକୁ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ନାହିଁ। ସମସ୍ତ ଶ୍ରଦ୍ଧାଳୁ ବାହାର କାଠ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ। କୋଭିଡ ଗାଇଡଲାଇନ୍ ପାଳନ ସହ ସେବାୟତ ଏବଂ ଶ୍ରଦ୍ଧାଳୁଙ୍କ ଡବଲ୍ ଡୋଜ୍ ଟିକାକରଣ ବାଧ୍ୟତାମୂଳକ କରାଯାଇଛି। ଏଥିସହ ସମସ୍ତେ ମାସ୍କ ପିନ୍ଧିବା, ହାତ ସାନିଟାଇଜ୍ କରିବା ଏବଂ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଇଛି।

ବିଏମ୍‌ସିର ଗାଇଡ୍‌ଲାଇନ୍‌ ଅନୁସାରେ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ। ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ।

Leave A Reply

Your email address will not be published.