Odisha Link
Bridging the Missing Links in Odisha

ମୌସୁମୀ ଅଧିବେଶନ ଆରମ୍ଭରୁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭରୁ ଗୃହରେ ହୋହାଲ୍ଲା। ପ୍ରଶ୍ନକାଳ ଆରମ୍ଭ ହେଉ ହେଉ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଛନ୍ତି।  ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ୧୨ଟା ୩୪ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ଜାତୀୟ ସଙ୍ଗୀତ ଗାନରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା।  ଆଜି ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। କରୋନା ଭଳି କଠିନ ପରିସ୍ଥିତିର ମୁକାବିଲା କରି ପ୍ରାଣବଳୀ ଦେଇଥିବା ସମସ୍ତ କରୋନା ଯୋଦ୍ଧା, ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ପୂର୍ବତନ ରାଷ୍ଟ୍ରମନ୍ତ୍ରୀ କାର୍ତ୍ତିକ  ତରାଇ ପାଇଁ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିଥିଲେ।  ଅନ୍ୟ ଦିବଂଗତ ନେତାଙ୍କ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିଲେ।

ଭିଡିଓ କନଫରେନ୍ସିଂ ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏମସ ହସ୍ପିଟାଲ ଅତିଥି ଭବନରୁ ଭିସିରେ ଯୋଡ଼ି ହୋଇଥିଲେ।

Leave A Reply

Your email address will not be published.