Odisha Link
Bridging the Missing Links in Odisha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ: ଆଜି ମହାପ୍ରଭୁ ବନଭୋଜି ବେଶ। ଶ୍ରୀମନ୍ଦିରରେ ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କର ବନଭୋଜି ବେଶ କରାଯାଏ। ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି। ଏହି ପରମ୍ପରାକୁ ସ୍ମରଣ କରି ଏହି ବେଶ ପାଳନ କରାଯାଇଥାଏ।

ଆଜି ମଧ୍ୟାହ୍ନ ଧୂପ ପରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ଠାରୁ ଆଜ୍ଞାମାଳ ଅଣାଯାଇ ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରାଯାଏ। ପରେ ପରେ ରାମକୃଷ୍ଣ ପାଲିଙ୍କିରେ ବିଜେ କରି ବଡ଼ଛତା ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ଅନୁଷ୍ଠିତ ହୋଇଥାଏ। ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ ସହ ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯାଇଥାଏ।

ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ତାୟମାନ ଅବସ୍ଥାରେ ରଖାଯାଇଥାଏ। ଆଜି ବନଭୋଜି ବେଶ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତା କାଲି କାଳୀୟଦଳନ ବେଶ ଓ ପହରଦିନ ପ୍ରଳମ୍ୱାଶୁର ବଧ ବେଶ ଓ ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି।

Leave A Reply

Your email address will not be published.