ରାଜ୍ୟରେ କମିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୨୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୯୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୨୦୦୯୭୬ସାମ୍ପୁଲ ଟେଷ୍ଟ୍ ହୋଇଛି।