Odisha Link
Bridging the Missing Links in Odisha

ଦିନକରେ ୮୪୯ ପଜିଟିଭ ଚିହ୍ନଟ, ଚିନ୍ତା ବଢ଼ାଉଛି ଛୁଆ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ ଏବେ ବି ଉପର ତଳ ହେବାରି ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୪୯ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ କ୍ବାରାଣ୍ଟିନ୍‌ ସେଣ୍ଟରରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ସବୁଠୁ ବଡ଼ କଥା ହେଲା ଦିନକରେ ୦-୧୮ ବର୍ଷ ବୟସର ୧୨୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ଏକ ଚିନ୍ତାଜନକ ବିଷୟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣେ,  କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୭୮ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୦ ହଜାର ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୪ ହଜାର ୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.