କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାବାହୁ
ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ଏକାଦଶୀ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ବିରାଜିତ ମହାବାହୁ କାଳୀୟଦଳନ ବେଶରେ ଆଜି ଦର୍ଶନ ଦେବେ।
ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ। ଫେଣିଆ ମସ୍ତକ ଶ୍ରୀ ଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ୍ତ କରି ରଖାଯାଏ। ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ଶ୍ରୀ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ।