Odisha Link
Bridging the Missing Links in Odisha

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଉତ୍ତରପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ। ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ ୨ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ।

ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳରେ ୬ ଓ ୭ ତାରିଖରେ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ୪ ତାରିଖରୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.