Odisha Link
Bridging the Missing Links in Odisha

କରୋନା ନେଲା ଆଉ ୭ ଜୀବନ

କରୋନା: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିନେ ସଂଖ୍ୟା କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବାବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୧ ହଜାର ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୬ ହଜାର ୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.