୩ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ସେପ୍ଟେମ୍ବର ଆଣିଛି ଭଲ ଖବର। କାରଣ ମାସ ଆରମ୍ଭରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓ ନିକଟବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଯାହାର ପ୍ରଭାବରେ ବଢ଼ିବ ବର୍ଷା। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରବିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। କୋରାପୁଟ, ମାଲକାନଗିରି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି।