Odisha Link
Bridging the Missing Links in Odisha

୧୨୨ ଜଣ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀରରୁ ୪ ଜଣ, କଟକ ଜିଲ୍ଲାରୁ ୧୧୩ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୪୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.