Odisha Link
Bridging the Missing Links in Odisha

୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଶେଶ୍ୱର ଟୁଡୁ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ବିଶେଶ୍ୱର ଟୁଡୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅସୁସ୍ଥତା କାରଣରୁ ସେ ଓଡ଼ିଶା ଆସି ପାରିନଥିଲେ। ଆରୋଗ୍ୟ ଲାଭ ପରେ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଓଡ଼ିଶା ଆସିବେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଭୁବନେଶ୍ୱର ପହଂଚିବା ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ସିଧାସଳଖ ପୁରୀ ଗସ୍ତ କରିବେ। ପୁରୀରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ। ଏହା ପରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହା ପରେ ଆସନ୍ତାକାଲି ସେ ବାରିପଦା ଯିବେ। ୧୧ ତାରିଖ ପର୍ଯ୍ୟନ୍ତ ମୟୂରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମରେ ଯେଗଦେବେ।