Odisha Link
Bridging the Missing Links in Odisha

ସ୍କୁଲରୁ ୨୦ ପଜିଟିଭ୍ ଚିହ୍ନଟ, ସପ୍ତାହେ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଶିଶୁଙ୍କୁ କରୋନା ପଜିଟିଭ୍ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ହାଇସ୍କୁଲରେ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ୭ ଦିନ ପାଇଁ ବିଦ୍ୟାଳୟ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି।

ବିଦ୍ୟାଳୟରୁ ମୋଟ ୩୪୪ଟି ନମୁନା ସଂଗ୍ରହ କରାଯାଇଥିବା ବେଳେ ସେଥିରୁ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୦ ଜଣ ପଜିଟିଭଙ୍କ ମଧ୍ୟରେ ୧୪ ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ୬ ଜଣ ଶିକ୍ଷକ ଅଛନ୍ତି।

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି। ୬୩୮ ଜଣଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୭୨ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬ ଜଣ ଚିହ୍ନଟ ହେବା ସହ ୯୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି।

Leave A Reply

Your email address will not be published.