Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ସୋମବାର ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.