Odisha Link
Bridging the Missing Links in Odisha

୬ ଜିଲ୍ଲାରେ ବର୍ଷା ଆଶଙ୍କା, ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ବି ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି।

ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି। ଆଜି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଠାରୁ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଆସନ୍ତା ୧୧ ତାରିଖବେଳକୁ ଆଉ ଏକ ଲଘୁଚାପ ହୋଇପାରେ।

Leave A Reply

Your email address will not be published.