Odisha Link
Bridging the Missing Links in Odisha

ବିଧାନସଭା: ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ ପାରିତ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଫିଟିଲା ବାଟ। କାରଣ ଆଜି ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ । ଏହି ବିଲ୍ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ । ଏବେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଲା ।

ସୂଚନାଯୋଗ୍ୟ, ଗତକାଲି ବିଧାନସଭାରେ ପାରିତ ହୋଇଥିଲା ମ୍ୟୁନିସିପାଲ ଆଇନ୍‌ ସଂଶୋଧନ ବିଲ୍‌ ୨୦୨୧। ବିଲ୍‌ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ।

ଏହାର ଅର୍ଥାତ୍‌ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ଏହି ସଂଶୋଧିତ ଆଇନ ଅନୁସାରେ ପ୍ରଥମେ ଅନୁସୂଚିତ ଜାତି ଓ ଜନଜାତିଙ୍କୁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ଦେବା ପରେ ଅବଶିଷ୍ଟ ଅଂଶଗୁଡିକ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ରଖାଯିବ। ଯାହାକି ୨୭ ପ୍ରତିଶତରୁ ଅଧିକ ହେବନାହିଁ।

Leave A Reply

Your email address will not be published.