Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.