Odisha Link
Bridging the Missing Links in Odisha

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତର ପ୍ରଦେଶ ନିର୍ବାଚନ ପ୍ରଭାରୀ ଦାୟିତ୍ବ

ନୂଆଦିଲ୍ଲୀ: ୨୦୨୨ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି। ୫ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ତାଲିକା ଘୋଷଣା କରିଛି ବିଜେପି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ପ୍ରକାଶ ନଡ୍ଡା କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି।

କେନ୍ଦ୍ର ସୂଚନା ଏବଂ ପ୍ରସାରଣ ଓ ଯୁବ ବ୍ୟାପାର ଏବଂ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର, କେନ୍ଦ୍ର ସଂସଦୀୟ ବ୍ୟାପାର ଏବଂ ସଂସ୍କୃତି ତଥା ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ୍‌, ରାଜ୍ୟସଭା ସାଂସଦ ସୁଶ୍ରୀ ସରୋଜ ପାଣ୍ଡେ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ସୁଶ୍ରୀ ଶୋଭା କରନ୍ଦଲାଜେ, ହରିୟାଣା ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ କ୍ୟାପ୍ଟେନ୍‌ ଅଭିମନ୍ୟୁ, କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏବଂ ରାଜ୍ୟସଭା ସାଂସଦ ବିବେକ ଠାକୁରଙ୍କୁ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ନିମନ୍ତେ ସହ-ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି।

Leave A Reply

Your email address will not be published.