Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ପାଟଣାଗଡ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ମୁରିବାହଲ ବ୍ଲକ ଚଲକୀ ପଞ୍ଚାୟତ ନିର୍ବାହୀ ଅଧିକାରୀ ବିସମ୍ବର ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ବିସମ୍ବର ଭୋଇଙ୍କ ପାଟଣାଗଡ଼ସ୍ଥିତ ଗଙ୍ଗାନଗର ପଡ଼ା ଓ ନିଜ ବାସଭବନ ତମିଆଁରେ ଭିଜିଲାନ୍ସର ଚଢ଼ାଉ କରିଛି।

ଭିଜିଲାନ୍ସ ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ଚଢାଉ ହୋଇଛି। ଏହି ଚଢାଉରେ ଲାଙ୍ଗିର ଇନ୍ସପେକ୍ଟର ସୁନିତା ବାଗେଙ୍କ ନେତୃତ୍ୱରେ ସମ୍ବଲପୁର, ବରଗଡ଼ ଓ ସୋନପୁର ଭିଜିଲାନ୍ସ ବିଭାଗର କର୍ମଚାରୀ ସାମିଲ ଅଛନ୍ତି। ଚଢାଉରେ ଜବତ ହୋଇଥିବା ବିଭିନ୍ନ କାଗଜପତ୍ରକୁ ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସୂଚନା ମିଳିନାହିଁ।

Leave A Reply

Your email address will not be published.