Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା। ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ମତ୍ସ୍ୟଜିବୀଙ୍କୁ ସମୂଦ୍ର ମଧ୍ୟକୁ ଯିବାକୁ ବାରଣ ହୋଇଛି। ଓଡ଼ିଶା ଉପରେ ଥିବା ମନସୁନ୍ ଟ୍ରାପ୍ ଦକ୍ଷିଣ ଓଡ଼ିଶା ମୁହାଁ ହେଉଥିବା ବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ଏବଂ ୧୦ ତାରିଖରୁ ବର୍ଷାର ପରିମାଣ ବଢିବ।