Odisha Link
Bridging the Missing Links in Odisha

କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି। ଯାଜପୁର, ମୟୁରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୦୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି।