Odisha Link
Bridging the Missing Links in Odisha

କରୋନା: ଚାଲିଗଲା ଆଉ ୬ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହାର କମିବାରେ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪୫ ଜଣ କରୋନା ମାମଲା ରାଜ୍ୟରେ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରାରନା ଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଜଗତସିଂହପୁର,କେନ୍ଦ୍ରପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୫ ହଜାର ୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୯ ହଜାର ୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.