Odisha Link
Bridging the Missing Links in Odisha

ଚିନ୍ତା ବଢ଼ାଉଛି ଛୁଆ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ। ଦୈନିକ ଆକ୍ରାନ୍ତ ସଂଖ୍ୟା କମିବାରେ ଲାଗିଛି। ହେଲେ ଚିନ୍ତା ବଢ଼ାଉଛି ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୩୬୮ ଜଣ କ୍ବାରାଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୨୬୨ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୮ ବର୍ଷରୁ କମ୍‌ ବୟସର ୧୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୧୫,୭୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁୁର ଜିଲ୍ଲରାୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୫୩ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୧୫,୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦,୦୦,୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.