Odisha Link
Bridging the Missing Links in Odisha

ବଙ୍ଗପୋସାଗରରେ ଲଘୁଚାପ, କାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗପୋସାଗରରେ ଲଘୁଚାପ। ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ତତ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ବଢ଼ିଯିବ। ଆସନ୍ତା ୧୪ ତାରିଖ ଯାଏ ବର୍ଷା ଲାଗି ରହିବ। ସୋମବାର ଓ ମଙ୍ଗଳବାର ପ୍ରବଳରୁ ପ୍ରବଳତର ବର୍ଷା ହେବ।

ଶନିବାର (୧୧ ତାରିଖ) ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ହେବ। ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ରବିବାର (୧୨ ତାରିଖ) ଅଧିକାଂଶ ଅଂଚଳରେ ବର୍ଷା ସମ୍ଭାବନା ଅଛି।

ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏହି ୯ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଏହି ବର୍ଷା ଚାଷ ପାଇଁ ଭଲ ହେବ। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବାଲେଶ୍ୱର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ଆଶଙ୍କା ଅଛି।

Leave A Reply

Your email address will not be published.