Odisha Link
Bridging the Missing Links in Odisha

ଆଖି ବୁଜିଲେ ଇକ୍‌ମୋ ଚିକିତ୍ସାଧୀନ ବ୍ୟକ୍ତି

କଟକ: ଚାଲିଗଲା ଆଉ ଜଣେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ଜୀବନ। କଟକ ଏସସିବି ମେଡିକାଲରେ ଇକ୍‌ମୋ ମେସିନରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଶନିବାର ହୋଇଛି। ମୃତକଙ୍କ ନାଁ ଜଗନ୍ନାଥ ପ୍ରଧାନ(୩୨)। ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଏସ୍‌ସିବିରେ ଏହା ପ୍ରଥମ ଇକ୍‌ମୋ ମୃତ୍ୟୁ ବୋଲି ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୨୯ ତାରିଖରେ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଫୁସଫୁସ ସଂକ୍ରମିତ ହୋଇଥିଲା। ଏହା ପରେ ତାଙ୍କୁ ଏସସିବି କରୋନା ଓ୍ଵାର୍ଡରୁ ଇକମୋ ୟୁନିଟକୁ ସ୍ଥାନାନ୍ତର କରାଯାଇଥିଲା। ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷରେ କରୋନାରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ଗତକାଲି ଏସସିବି ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଏଠାକୁ ଅଣାଯାଇଛି। କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଫୁସଫୁସ ସଂକ୍ରମିତ ହୋଇଛି। ଏସସିବିର କାର୍ଡିଓଥୋରାସିସ ବିଭାଗରେ ଖୋଲିଥିବା ଇକମୋ ୟୁନିଟ୍‌ରେ ଏବେ ମୋଟ ୩ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.